Biography Of Nanda Kishor Bal ନନ୍ଦ କିଶୋର ବଳ

 

                               ନନ୍ଦ କିଶୋର ବଳ

ନନ୍ଦ କିଶୋର ବଳ  ଓଡ଼ିଆ ସାହିତ୍ୟର ପ୍ରାକ-ଆଧୁନିକ କାଳର ଜଣେ କବି ଥିଲେ । ସେ ଓଡ଼ିଶାର ପୁରପଲ୍ଲୀ ଉପରେ କାବ୍ୟ ରଚନା କରିଥିବାରୁ ତାଙ୍କୁ ପଲ୍ଲୀ କବି ବୋଲି ସମ୍ବୋଧନ କରାଯାଇଥାଏ ।



ଜୀବନକାଳ

ସେ ଓଡ଼ିଶାର କଟକ ଜିଲ୍ଲା ଅନ୍ତର୍ଗତ କୁସୁପୁର ଗାଆଁରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା ଭଜନାନନ୍ଦ ଜେନା ଓ ମାତାଙ୍କ ନାମ ହିରଣ୍ମୟୀ ଦେବୀ । ଶୈଶବରେ ସେ "ରସାନନ୍ଦ ଜେନା" ନାମରେ ପରିଚିତ ଥିଲେ, ପିଉସୀ ପୋଷ୍ୟପୁତ୍ର କରିନେବା ପରେ ସେ "ନନ୍ଦକିଶୋର ବଳ" ଭାବରେ ପରିଚିତ ହେଲେ ।

ବାଲ୍ୟଜୀବନ କୁସୁପୁରରେ ହିଁ କଟିଥିଲା । ଗାଁ ସ୍କୁଲରୁ ଆରମ୍ଭ କରି, ସେ କଟକର ଟାଉନ ସ୍କୁଲ, ରେଭେନ୍‌ସା କଲିଜିଏଟ ସ୍କୁଲ, କେନ୍ଦ୍ରାପଡା ଉଚ୍ଚ ଇଂରାଜୀ ବିଦ୍ୟାଳୟ ଓ ରେଭେନ୍ସା ମହାବିଦ୍ୟାଳୟରେ ଶିକ୍ଷାଲାଭ କରିଥିଲେ ।

ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ପ୍ରତିଷ୍ଠିତ କଟକର ଟାଉନ ସ୍କୁଲରୁ ନନ୍ଦ କିଶୋର ନିଜର ଚାକିରି ଜୀବନ ଆରମ୍ଭ କରିଥିଲେ । କିଛି ବର୍ଷ ପରେ, ସେ ସ୍କୁଲ ସବ୍-ଇନସିପେକ୍ଟର ଭାବେ ପଦୋନ୍ନତି ପାଇଥିଲେ । ଏହି ଚାକିରିରେ ବାରମ୍ବାର ଗସ୍ତ ଓ ବଦଳି ଯୋଗୁଁ ତାଙ୍କ ଦେହ ଖରାପ ହେଉଥିଲା । ଏହି କାରଣରୁ, ସେ ସ୍ୱେଚ୍ଛାକୃତ ଅବସର ନେଇ ଗାଁରେ ରହିବାକୁ ସ୍ଥିର କରିଥିଲେ । କିନ୍ତୁ ଚିକିତ୍ସା ପାଇଁ ତାଙ୍କୁ ପୁନର୍ବାର କଟକ ଆସିବାକୁ ପଡିଥିଲା ।

୧୯୨୮ ମସିହା ଜୁଲାଇ ୧ତାରିଖରେ, ବାଉନ ବର୍ଷ ବୟସରେ ନନ୍ଦ କିଶୋର ଇହଲିଳା ସମ୍ବରଣ କରିଥିଲେ ।

ରଚନାବଳୀ

ନନ୍ଦ କିଶୋର, କଲେଜର ପଢିଲା ବେଳୁହିଁ ପ୍ରବନ୍ଧ ଲେଖିବା ଆରମ୍ଭ କରିଥିଲେ । ନିଜର ପ୍ରଥମ ପ୍ରବନ୍ଧକୁ ସେ "ପଲ୍ଲୀ ଚିତ୍ର" ନାମରେ କବିତାର ରୂପ ଦେଇଥିଲେ । ତାଙ୍କର ରଚନାବଳୀରେ ପଲ୍ଲୀ ପ୍ରକୃତିର ସୁନ୍ଦର ବର୍ଣ୍ଣନା ଫୁଟିଉଠିଥାଏ ।

 ପିଲାମାନଙ୍କ ପାଇଁ ତାଙ୍କଦ୍ୱରା ରଚିତ "ନାନା ବାୟା ଗୀତ" ଓଡ଼ିଶାର ପୁରପଲ୍ଲିରେ ବେଶ୍ ପ୍ରଚଳିତ । ସେ ୧୦୦ରୁ ଅଧିକ ସନେଟ ମଧ୍ୟ ଲେଖିଯାଇଛନ୍ତି । ତାଙ୍କ ସନେଟ ଗୁଡ଼ିକ ପ୍ରକୃତି ଓ ଜନଜୀବନର ଛବିରେ ପୁଷ୍ଟ ।

୧୯୨୫ରେ ସେ କନକଲତା  ନାମରେ ଉପନ୍ୟାସଟିଏ ମଧ୍ୟ ରଚିଯାଇଛନ୍ତି । ଏହା ଧାରାବାହିକ ଭାବରେ ୧୯୧୩ରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହେଉଥିଲା । ଗାଉଁଲି ସରଳ ଜୀବନକୁ ଯୌତୁକ ଓ ବାଳବିବାହ କିପରି କଳୁଷିତ କରିଥାଏ ତାହାର ଛବି ଏଥିରୁ ଦେଖିବାକୁ ମିଳିଥାଏ । ନନ୍ଦ କିଶୋରଙ୍କ ପଦ୍ୟାବଳୀ ଗୁଡିକର ମୂଲ୍ୟାୟନ କରି,

ବ୍ୟାସକବି ଫକୀର ମୋହନ କହିଥିଲେ

"ପଢିଗଲି ବେଗେ ପଲ୍ଲୀ ପ୍ରସଙ୍ଗ ବାରତା,

କେହି କେବେ କହିନାହିଁ ଏ ପ୍ରକାର କଥା॥"

ନନ୍ଦ କିଶୋରଙ୍କଦ୍ୱାରା ରଚିତ ପୁସ୍ତକ

ପଲ୍ଲୀ ଚିତ୍ର

ନାନା ବାୟା ଗୀତ- ୧୯୩୪

ନିର୍ଝରିଣୀ

ବସନ୍ତ କୋକିଳ

ତରଙ୍ଗିଣୀ

ଚାରୁଚିତ୍ର

ଜନ୍ମଭୂମି

ନିର୍ମାଲ୍ୟ (କବିତା)

ପ୍ରଭାତ ସଙ୍ଗୀତ

ସାନ୍ଧ୍ୟ ସଙ୍ଗୀତ

କୃଷ୍ଣ କୁମାରୀ

ଶର୍ମିଷ୍ଠା

କନକଲତା (ଉପନ୍ୟାସ)

ସୀତା ବନବାସ (କବିତା- ୧୯୦୧)

ଲକ୍ଷ୍ମୀ (ଗଳ୍ପ- ୧୯୧୩)

SHARE

Milan Tomic

Hi. I’m Designer of Blog Magic. I’m CEO/Founder of ThemeXpose. I’m Creative Art Director, Web Designer, UI/UX Designer, Interaction Designer, Industrial Designer, Web Developer, Business Enthusiast, StartUp Enthusiast, Speaker, Writer and Photographer. Inspired to make things looks better.

  • Image
  • Image
  • Image
  • Image
  • Image
    Blogger Comment
    Facebook Comment

0 comments:

Post a Comment

Thank You