Biography Of Gopabandhu Chaudhury ଗୋପବନ୍ଧୁ ଚୌଧୁରୀ

 

                            ଗୋପବନ୍ଧୁ ଚୌଧୁରୀ

ଗୋପବନ୍ଧୁ ଚୌଧୁରୀ  ଜଣେ ସ୍ୱାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ନେତା ଥିଲେ ।



ପ୍ରାରମ୍ଭିକ ଜୀବନ

ଗୋପବନ୍ଧୁ କଟକରେ ୮ ମଇ ୧୮୯୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଗୋକୁଳାନନ୍ଦ ଚୌଧୁରୀ କଟକରେ ଓକିଲାତି କରୁଥିଲେ । ଗୋପବନ୍ଧୁ ଯେଉଁ ଘରେ ଜନ୍ମଗ୍ରହଣ କରିଥିଲେ, ସେ ଘର ପରବର୍ତ୍ତୀ ସମୟରେ "ସ୍ୱରାଜ ଆଶ୍ରମରେ" ପରିଣତ ହୋଇଥିଲା ।

ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ଖେରସରେ ଶିକ୍ଷାରମ୍ଭ କରି, ସେ କଟକର ରେଭେନ୍‌ସା କଲିଜିଏଟ ସ୍କୁଲ ଓ ରେଭେନ୍ସା ମହାବିଦ୍ୟାଳୟ ହୋଇ କଲିକତାର ପ୍ରେସିଡେନ୍ସି କଲେଜରୁ କୃତିତ୍ୱର ସହ ସ୍ନାତକ ଓ ସ୍ନାତକୋତ୍ତର ଉପାଧୀ ହାସଲ କରିଥିଲେ । କଲିକତାରେ ଆଇନ ପରୀକ୍ଷାରେ ସେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ।

ସାମାଜିକ ଜୀବନ

୧୯୧୭ ମସିହାରେ ଗୋପବନ୍ଧୁ କଟକର ଡେପୁଟି ମାଜିଷ୍ଟ୍ରେଟ ରୂପେ ଅବସ୍ଥାପିତ ହୋଇଥିଲେ । ୧୯୨୦ ମସିହାର ଭୀଷଣ ନଇବଢ଼ି ସମୟରେ ଗୋପବନ୍ଧୁ ଯାଜପୁରରେ ଡେପୁଟି ମାଜିଷ୍ଟ୍ରେଟ ହିସାବରେ କାର୍ଯ୍ୟ କରୁଥିଲେ ।

ବନ୍ୟାବିଧ୍ୱସ୍ତ ଜେନାପୁର ଓ ଅନ୍ୟ ଗ୍ରାମମାନଙ୍କୁ ଦେଖି ସରକାରଙ୍କ ସାହାଯ୍ୟ ଯଥେଷ୍ଟ ନୁହେଁ ବୋଲି ଅଧିକ ସାହଯ୍ୟ ନିମନ୍ତେ ଦାବି ଜଣାଇଥିଲେ । ବ୍ରିଟିଶ ସରକାର ତାଙ୍କ ଦାବି ଅଗ୍ରାହ୍ୟ କରିଦେବାରୁ ସେ ସରକାରୀ ଚାକିରୀରୁ ଇସ୍ତଫା ପ୍ରଦାନ କରିଥିଲେ । ତାପରେ ସତ୍ୟବାଦୀ ଯାଇ, ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶିଷ୍ୟତ୍ୱ ଗ୍ରହଣ କରିଥିଲେ ।

କଂଗ୍ରେସରେ ଯୋଗଦାନ, ଗାନ୍ଧୀ ନୀତି ଅନୁସରଣ, ଖଦଡ଼ ଲୁଗା ପିନ୍ଧିବା, ଆଶ୍ରମ ଓ ଦରିଦ୍ରନାରାୟଣଙ୍କ ସେବା ଆଦି କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ୧୯୨୧ ମସିହାରେ ଅଳକା ନଦୀ କୁଳରେ ପ୍ରଥମେ ଏକ ଶିକ୍ଷାନୁଷ୍ଠାନ ଓ ପରେ "ଅଳକାଶ୍ରମ" ପ୍ରତିଷ୍ଠା କରିଥିଲେ ।

 ୧୯୩୪ ମସିହାରେ ଗାନ୍ଧୀଜୀଙ୍କ ନିର୍ଦ୍ଦେଶରେ ସେ ବରୀକୁ ନିଜର କର୍ମକ୍ଷେତ୍ର ରୂପେ ବାଛି ଗ୍ରାମ ସଫେଇ, ନିଶା ନିବାରଣ, ପ୍ରୌଢ଼ଶିକ୍ଷା, ହରିଜନ ସେବା, ମୌଳିକ ଶିକ୍ଷା ସହ ଗ୍ରାମ୍ୟ ଅର୍ଥନୀତିର ଉନ୍ନତି ପାଇଁ ଉଦ୍ୟମ କରିଥିଲେ । ସେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ କନିଷ୍ଠ ଭ୍ରାତା ଗୋପାଳବଲ୍ଲଭଙ୍କ କନ୍ୟା ରମାଦେବୀଙ୍କୁ ବିବାହ କରିଥିଲେ ।

 

 ତାଙ୍କର ସମାଜସେବା କାର୍ଯ୍ୟରେ ପତ୍ନୀ ରମାଦେବୀ, ପୁତ୍ର ମନମୋହନ ଓ ଝିଅ ଅନ୍ନପୂର୍ଣ୍ଣା ତାଙ୍କୁ ପୂର୍ଣ୍ଣ ସହଯୋଗ ପ୍ରଦାନ କରୁଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ ପର୍ଯ୍ୟାୟରେ ଲବଣ ସତ୍ୟାଗ୍ରହ, ଅଗଷ୍ଟ ବିପ୍ଳବ ଓ ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇ ସେ କାରାବରଣ କରିଥିଲେ ।

 ୧୯୩୦ର ଇଞ୍ଚୁଡ଼ି ଲବଣ ସତ୍ୟାଗ୍ରହ ଓ ୧୯୪୨ର ଭାରତ ଛାଡ଼ ଆନ୍ଦୋଳନ ସତ୍ୟାଗ୍ରହ ବେଳେ ପୁଲିସ ଲାଠିଚାଳନାରେ ଆହତ ହୋଇ କଟକ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ । ସ୍ୱାଧୀନତା ପରେ ସନ୍ଥ ବିନୋବା ଭାବେଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଭୂଦାନ ଆନ୍ଦୋଳନରେ ସାମିଲ ହୋଇଥିଲେ ।

ଗୋପବନ୍ଧୁ ଚୌଧୁରୀଙ୍କ ଶେଷ ଜୀବନ କଟିଥିଲା କଟକର ଥୋରିଆ ସାହିରେ ଥିବା "ଭୂଦାନ ଆଶ୍ରମ"ରେ । ୨୯ ଅପ୍ରେଲ ୧୯୫୮ ମସିହାରେ ସେ ମୃତ୍ୟୁବରଣ କରିଥିଲେ । ତାଙ୍କ ନାମରେ ବରୀ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁରରେ ଏକ ମହାବିଦ୍ୟାଳୟ ରହିଛି

SHARE

Milan Tomic

Hi. I’m Designer of Blog Magic. I’m CEO/Founder of ThemeXpose. I’m Creative Art Director, Web Designer, UI/UX Designer, Interaction Designer, Industrial Designer, Web Developer, Business Enthusiast, StartUp Enthusiast, Speaker, Writer and Photographer. Inspired to make things looks better.

  • Image
  • Image
  • Image
  • Image
  • Image
    Blogger Comment
    Facebook Comment

0 comments:

Post a Comment

Thank You