ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ
ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ
ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି ।
ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ
ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ
କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ ।
କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ
ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ
ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ
ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ ।
ଏହି ଯୁଦ୍ଧର ଭୟାଭୟତା ତାଙ୍କୁ
ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର
ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ
ପଦକ୍ଷେପ ନେଇଥିଲେ ।
ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ
ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ
ପ୍ରାଚୀନ କଳିଙ୍ଗରୁ ଯାଇଥିଲେ ।
ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ. ୧୫୬୮ରେ ଏହି ଅଞ୍ଚଳ
ବଙ୍ଗଳାର ସେନାପତି କଳାପାହାଡ଼ଦ୍ୱାରା ଅଧିକୃତ ହୋଇଥିଲା । ଖ୍ରୀ ଅ ୧୭୫୧ରେ ଏହି ଅଞ୍ଚଳ ମରାଠା
ମାନଙ୍କ ଅଧୀନକୁ ଆସିଥିଲା ।
୧୮୦୩ ମସିହାରେ ଇଂରେଜ ମାନେ
ଏହି ଅଞ୍ଚଳକୁ ନିଜ ଅଧୀନକୁ ନେଇଥିଲେ। ଏ ସମୟre ଓଡ଼ିଶାର ସ୍ୱାଧୀନ ସତ୍ତା ସୁଧା ବି
ନଥିଲା ଓ ଏହା ଅନେକ ଗୁଡ଼ିଏ ଅଂଶରେ ବିଭାଜିତ ହୋଇଯାଇଥିଲା । ୧୯୩୬ ମସିହାରେ ବିଛିନ୍ନ ଅଞ୍ଚଳ
ଗୁଡ଼ିku ଏକତ୍ର କରାଯାଇ ସ୍ୱତନ୍ତ୍ର ଓଡ଼ିଶା
ପ୍ରଦେଶ ଗଠନ କରାଗଲା । ଭାଷାକୁ ନେଇ ଗଠିତ ଏହା ପ୍ରଥମ ରାଜ୍ୟ ଥିଲା ।
ସଂକ୍ଷେପରେ
·
ବୈଦିକ ଓଡ଼ିଶା - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ
(ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା
ବାହାରେ କଳିଙ୍ଗ ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
·
ପୌରାଣିକ ଓଡ଼ିଶା - ମହାଭାରତ କହେ, କଳିଙ୍ଗ କୌରବଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
·
କିମ୍ବଦନ୍ତୀରେ ଓଡ଼ିଶା - ଓଡ଼ିଶାରେ ପ୍ରଚଳିତ ଲୋକକଥା
ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ଶ୍ରୀଲଙ୍କା, ଜାଭା, ସୁମାତେରା, ବାଲି, ମିଆଁମାର, ଥାଇଲାଣ୍ଡ, କାମ୍ବୋଡ଼ିଆ,ଭିଏତନାମ, ଚୀନ,ଜାପାନ, କୋରିଆ, ମେକ୍ସିକୋ, ଇଜିପ୍ଟ, ଆରବ, ଇରାk ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ
ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସଂମ୍ଭବତଃ ଲୋକତନ୍ତ୍ର
ପ୍ରଚଳିତ ଥିଲା ।
·
ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ ଓଡ଼ିଶାର ଏକ ବଡ଼
ଭାga ଅନ୍ତର୍ଭୁକ୍ତ ।
·
ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ କଳିଙ୍ଗ ଯୁଦ୍ଧ
·
ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ
ମହାମେଘବାହାନ ଐର ଖାରବେଳଙ୍କ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ ବିସ୍ତାରିତ । ଜୈନ ଧର୍ମର ପ୍ରସାର ।
·
୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି
ବିଭିନ୍ନ ରାଜାଙ୍କ ଶାସନାଧୀନ
·
୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ କଳିଙ୍ଗ, କୋଶଳ ଓ ଉତ୍କଳକୁ ଏକତ୍ର କଲେ । ଯାଜପୁରରେ ରାଜଧାନୀ ସ୍ଥାପନ ।
·
୧୦୭୮-୧୪୩୪ ଖ୍ରୀ. - ଗଙ୍ଗବଂଶର ଅନନ୍ତବର୍ମା
ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ ।
୧୦୭୮-୧୧୫୦ ଖ୍ରୀ.
- ଚୋଡ଼ଗଙ୍ଗ ଦେବଙ୍କ ରାଜୁତି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ନବୀକରଣ ପ୍ରାରମ୍ଭ
। କଟକ ହେଲା ନୂଆ ରାଜଧାନୀ
୧୧୭୦-୧୧୯୮ ଖ୍ରୀ.
- ଦ୍ୱିତୀୟ ଅନଙ୍ଗଭୀମଦେବ । ଜଗନ୍ନାଥ ମନ୍ଦିରର ନିର୍ମାଣ କାର୍ଯ୍ୟ
ସମାପ୍ତ ।
୧୨୨୯ ଖ୍ରୀ. -
ତୃତୀୟ ଅନଙ୍ଗଭୀମଦେବଙ୍କଦ୍ୱାରା ବାରବାଟି ଦୁର୍ଗ ନିର୍ମିତ ।
୧୨୩୮-୧୨୬୪ ଖ୍ରୀ.
- ଲାଙ୍ଗୁଳା ନରସିଂହଦେବ । କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମିତ |
·
୧୪୩୫-୧୫୪୧ ଖ୍ରୀ. - ଗଜପତି ରାଜବଂଶ । ଆଗଙ୍ଗା-ଗୋଦାବରୀ
ସାମ୍ରାଜ୍ୟ ।
୧୪୩୫-୧୪୬୬ ଖ୍ରୀ.
- (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
୧୪୯୭-୧୫୪୧ ଖ୍ରୀ.
- ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
·
୧୫୬୮ ଖ୍ରୀ. - ଓଡ଼ିଶାର ଶେଷ ସ୍ୱାଧୀନ
ହିନ୍ଦୁ ଶାସକ ମୁକୁନ୍ଦଦେବ ପରାସ୍ତ । ବଙ୍ଗର
ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି କଳାପାହାଡ଼ଦ୍ୱାରା ଓଡ଼ିଶା ଅଧିକୃତ ।
·
୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
·
୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
·
୧୮୦୩ ଖ୍ରୀ. - ୧୪ ଅକ୍ଟୋବର: ବ୍ରିଟିଶମାନଙ୍କର ଓଡ଼ିଶା
ଅଧିକାର (ଏହା ବ୍ରିଟିଶ
ଅଧିକୃତ ଶେଷ ଭାରତୀୟ ରାଜ୍ୟ) ।
·
୧୯୧୨ ଖ୍ରୀ. - ବିହାର-ଓଡ଼ିଶା ବଙ୍ଗରୁ ଅଲଗା ପ୍ରାନ୍ତ ଭାବେ
ଗଠିତ ।
·
୧୯୩୬ ଖ୍ରୀ. - ସ୍ୱତନ୍ତ୍ର ଓଡ଼ିଶା ପ୍ରାନ୍ତ ଗଠିତ । ଭାଷା
ଭିତ୍ତିରେ ଗଠିତ ପ୍ରଥମ ଭାରତୀୟ ରାଜ୍ୟ ।
·
୧୯୪୬ ଖ୍ରୀ. - ଓଡ଼ିଶା ସ୍ୱାୟତ ଶାସନ ସୁବିଧା ହାସଲ କଲା ।
·
୧୯୪୭ ଖ୍ରୀ. - ସ୍ୱାଧୀନ ଭାରତର ଏକ ରାଜ୍ୟ ଭାବେ ଓଡ଼ିଶା
ମାନ୍ୟତା-ପ୍ରାପ୍ତ ।
·
୧୯୪୮ ଖ୍ରୀ. - ଭୁବନେଶ୍ୱର ନୂତନ ରାଜଧାନୀ
(ଏପ୍ରିଲ୍ ୧୩) ।
୭ ମ ଶତାବ୍ଦୀ
୭ମ ଶତାବ୍ଦୀ କାଳରେ
ଓଡ଼ିଶାର ଶାସକମାନେ ସ୍ୱାଧୀନ ଥିଲେ । ସେତେବେଳେ ଗଙ୍ଗ ବଂଶର ରାଜାମାନେ ଓଡ଼ିଶାରେ ଶାସନ
କରୁଥିଲେ , ୭୯୫ ଖ୍ରୀଷ୍ଟାବ୍ଦରେ ୨ୟ ଯଯାତି ସିଂହାସନ ଆରୋହଣ କରିଥିଲେ । ଓଡ଼ିଶା ଇତିହାସରେ ଏହାକୁ
ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ ।
ସେ ସମ୍ରାଟ Kharabelanka
Dwara ଅନୁପ୍ରାଣିତ ହୋଇ କଳିଙ୍ଗ, କାରଗୋଡ଼ା, ଉତ୍କଳ ଓ କୋଶଳ ଏହି
ଚାରିଗୋଟି ଭୂଖଣ୍ଡକୁ ମିଶାଇ ବିଶାଳ ସାମ୍ରାଜ୍ୟ ଗଠନ କରିଥିଲେ ।
ଓଡ଼ିଶାରେ ଏହି
ରାଜବଂଶର ଶାସନ ଖ୍ରୀ. ୩୫୦ରୁ ଆରମ୍ଭ କରି ସୋମ ବଂଶର ଶେଷ ପର୍ଯ୍ୟନ୍ତ ଥିଲା । ଏହି ରାଜ୍ୟକୁ
ନେଇ ଗଠିତ ବିଶାଳ ଓଡ଼ିଶାରେ ଅନେକ ଜାତି ଓ ଉପଜାତିରେ ବିଭାଜିତ ହୋଇଥିବାରୁ ଏକ ବିଶେଷ ବଣିକ
ଜାତି ଜନ୍ମ ହେଲା ଓ ସେମାନେ ସାଧବ ଭାବରେ ପରିଚିତ
ହେଲେ ।
ଏପରିକି ପ୍ରଥମ
ଜନ୍ମଜୟ ମହାଭବ ଗୁପ୍ତ ଙ୍କ ସୋନପୁର ଅଞ୍ଚଳରେ ପ୍ରଚୁର ବଣିକ
ସଙ୍ଘ ଥିବାର ପ୍ରମାଣ ମିଳିଥାଏ । କିନ୍ତୁ ୮ ଶତାବ୍ଦୀରେ ପ୍ରଚୁର ସମ୍ବଳ ଯୋଗୁଁ ଏହି ବାହାର
ବାଣିଜ୍ୟ ଲୋପ ପାଇଗଲା ।
ବୈଶ୍ୟ, ଶୂଦ୍ର ଜାତିର ଲୋକମାନେ ରାଜ୍ୟର ଅନ୍ତ-ବାଣିଜ୍ୟରେ ମୁଖ୍ୟ ଭୂମିକା
ଗ୍ରହଣ କରୁଥିଲେ । ସେମାନେ ଚାଷୀମାନଙ୍କ ଠାରୁ କୃଷିଜାତ ସାମଗ୍ରୀ ଆଣି ପେସାଗତ ବେପାରୀଙ୍କୁ
କୃଷିଜାତ ଓ ଶିଳ୍ପଜାତ ଦ୍ରବ୍ୟ ଯୋଗାଇବାରେ ସାହାଯ୍ୟ କରୁଥିଲେ ।
ଏହି କିଣା-ବିକାର
ମୁଖ୍ୟ ମାଧ୍ୟମ ଥିଲା ସୁନା, ରୂପା, ମୁଦ୍ରା ଓ କଉଡ଼ି । ଏହି ସମୟରେ ବଙ୍ଗୋପସାଗର କୂଳରେ ଚରିତ୍ରପୁର
ନାମକ ବନ୍ଦର ଖୁବ ପ୍ରସିଦ୍ଧି ଲାଭ କରିଥିଲ ।
ଏହି ବନ୍ଦରଟି ଦେଇ ଚୀନ, ଶ୍ରୀଲଙ୍କା, ଜାଭା ଆଦି ସହ କଳିଙ୍ଗର
ବେପାର ବଣିଜ ଚାଲୁଥିଲା । ଓଡ଼ିଶାରେ ଗଙ୍ଗବଂଶ ୧୪୩୪ ଯାଏଁ ଥିଲା । ତାହା ପରେ କପିଳେନ୍ଦ୍ରଦେବ, ପ୍ରତାପରୁଦ୍ରଦେବ, ଗୋବିନ୍ଦ ବିଦ୍ୟାଧର, ମୁକୁନ୍ଦ ହରିଚନ୍ଦନ ଓଡ଼ିଶାର ଶାସକ ଥିଲେ ।
ଆଫଗାନ ଓ ମୋଗଲ ଶାସନ
ପରେ ଓଡ଼ିଶା
ଆଫଗାନମାନଙ୍କ ହାତକୁ ଆସିଲା ଓ ୧୫୬୮ରେ ଓଡ଼ିଶା ମୋଗଲମାନଙ୍କ ଶାସନାଧୀନ ହେଲା । ଏହି ସମୟରେ
୧୭୫୫ ଖ୍ରୀ. ବେଳକୁ ଓଡ଼ିଶାରେ ଅତ୍ୟାଚାର, ଲୁଣ୍ଠନ, ଅରାଜକତା ଆଦି ବହୁ ମାତ୍ରାରେ ବ୍ୟାପୀ ଯାଇଥିଲା ।
୧୮୦୩ରେ ଇଂରେଜମାନେ
ଓଡ଼ିଶା ଅଧିକାର କଲେ । ୧୮୧୭ ଖ୍ରୀ.ରେ ପାଇକମାନେ ଇଂରେଜ ବିରୋଧରେ
ଲଢ଼େଇ ଆରମ୍ଭ କଲେ । ଇଂରେଜମାନେ ନିର୍ମମ ଭାବରେ ଏହି ବିଦ୍ରୋହକୁ ଦମନ କରିଥିଲେ । ୧୮୧୭ରେ ଖୋରଧା ରାଜା ମୁକୁନ୍ଦଦେବ
ବନ୍ଦୀ ବେଳେ ମୃତୁ ବରଣ କଲେ ।
ଯଦିଓ ୧୬ଶ ଓ ୧୭ଶ
ଶତାବ୍ଦୀରେ ଓଡ଼ିଶାର ବାହାର-ବାଣିଜ୍ୟ ଉନ୍ନତି ସାଧନ କରିଥିଲା, ତଥାପି କେଇ ବର୍ଷର ରାଜନୀତିକ ଅସ୍ଥିରତା ସକାଶେ ଅର୍ଥନୀତିର ପ୍ରଗତି
ବାଧା ପାଇଥିଲା ।
ଇଂରେଜ ଶାସନ
୧୮୦୩ ବେଳକୁ
ଇଂରେଜମାନେ ଓଡ଼ିଶା ଅଧିକାର କଲାବେଳକୁ ଓଡ଼ିଶାର ଏହି ଅର୍ଥନୀତିର ଅଧପତନ ଚରମ ସୀମାରେ ପହଞ୍ଚି
ଥିଲା । ଇଂରେଜମାନେ ବଣିକ ଥିଲେ, ତେଣୁ ଓଡ଼ିଶାକୁ
ସେମାନେ ନିଜର କର ଆଦାୟର ମୁଖ୍ୟ ଭାବରେ ଗ୍ରହଣ କରି ୧୮୦୫ ମସିହା ବେଳକୁ ରେଗୁଲେସନ ଆକ୍ଟ (Regulation Act) ଓ ୧୮୦୮ରେ ଭୂରାଜସ୍ୱ ବନ୍ଦୋବସ୍ତ ପ୍ରଚଳନ କରିଥିଲେ ।
୧୮୨୫ ବେଳକୁ
ଏକାଧିକ ବନ୍ଦୋବସ୍ତ ପ୍ରଚଳନ ଫଳରେ ଓଡ଼ିଶା ଶିଳ୍ପ ଓ ବାଣିଜ୍ୟର ଧ୍ୱଂସ ସାଧନ ଲକ୍ଷ୍ୟରେ ଏଠାରୁ
ବିଲାତକୁ କଞ୍ଚାମାଲ ନେଇ ସେଠାରୁ ଓଡ଼ିଶାକୁ କଳ କବଜା ଆମଦାନୀ ବାଣିଜ୍ୟ କାରବାର ଆରମ୍ଭ
କରାଯାଇଥିଲା । ଏthi ସହିତ ଲବଣ କର
ଜନସାଧାରଣଙ୍କ ଉପରେ ଲାଗୁ କରାଯାଇଥିଲା ଯାହା ଓଡ଼ିଶାର ସାମାଜିକ ଓ ଅର୍ଥନୀତିର ମେରୁଦଣ୍ଡ
ଭାଙ୍ଗି ଦେଇଥିଲା ।
ଇଂରେଜ ଅମଳରେ ସମଗ୍ର ଭାରତୀୟ ଉପମହାଦେଶରେ ମାରୁଆଡ଼ି ଓ ଗୁଜରାଟୀ ବେପାରୀ ଗୋଷ୍ଠୀର ଅଭୂଦୟ ହୋଇଥିଲା । ସେମାନେ ବିଶେଷ କରି ବଙ୍ଗାଳୀ ଓକିଲ ଓ ଅନ୍ୟ ବୁଦ୍ଧିଜୀବୀଙ୍କ ପ୍ରରୋଚନାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ କଞ୍ଚାମାଲ ସଂଗ୍ରହ କରି ଓଡ଼ିଶାର ଅର୍ଥନୀତିର ବଜାରକୁ ନିୟନ୍ତ୍ରଣ କରୁଥିଲେ । ଏଥିରେ ବିଦେଶୀମାନେ ହିଁ ଲାଭବାନ ହେଉଥିଲେ ।
ଜିଲ୍ଲା ଗଠନ
୧୯୩୬ ମସିହା
ଅପ୍ରେଲ ପହିଲା ଦିନ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର ଗଞ୍ଜାମ କୋରାପୁଟ ଓ ସମ୍ବଲପୁରକୁ ନେଇ ୩୨,୬୯୫ ବର୍ଗମାଇଲ ଓ ୮୦ଲକ୍ଷ ୪୩ହଜାର ୬୮୧ ଜନସଂଖ୍ୟାକୁ ନେଇ ନୂତନ
ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା ।
୧୯୪୮ ମସିହା
ଜାନୁଆରୀ ପହିଲା ତାରିଖରେ ୨୩ଟି ଗଡ଼ଜାତର (ଆଠଗଡ଼, ଆଠମଲ୍ଲିକ, କଳାହାଣ୍ଡି, କେନ୍ଦୁଝର, ଖଣ୍ଡପଡ଼ା, ଗାଙ୍ଗପୁର, ଢେଙ୍କାନାଳ, ତାଳଚେର, ତିଗିରିଆ, ଦଶପଲ୍ଲା, ନରସିଂହପୁର, ନୟାଗଡ଼, ନୀଳଗିରି, ପାଟନା, ପାଲଲହଡ଼ା, ବଉଦ, ବଡ଼ମ୍ବା, ବଣାଇ, ବାମଣ୍ଡା, ରଣପୁର, ରେଢ଼ାଖୋଲ, ସୋନପୁର ଓ
ହିନ୍ଦୋଳ) ଓଡ଼ିଶା ସହିତ ମିଶ୍ରଣ
ହୋଇଥିଲା ।
ପରେ ମୟୂରଭଞ୍ଜର ଓଡ଼ିଶା ସହ ମିଶ୍ରଣ
ହୋଇଥିଲା । ଏହି ଗଡ଼ଜାତ ମିଶ୍ରଣ ପରେ ଓଡ଼ିଶାର ଲୋକସଂଖ୍ୟା ପହଞ୍ଚିଲା ୧କୋଟି ୪୬ଲକ୍ଷ ୪୫ହଜାର
୯୪୬ରେ ଓ କ୍ଷେତ୍ରଫଳ ହେଲା ୬୦ହଜାର ୧୭୦ ବର୍ଗମାଇଲ ।
୧୯୫୦ ଜାନୁଆରୀ
୨୬ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା
ଯୋଗହେଲା ମୋଟ ଜିଲ୍ଲା ସଂଖ୍ୟା ହେଲା ୧୩ । ୧୯୯୩ ଏହି ୧୩ଟି ଜିଲ୍ଲା ପୁନର୍ଗଠିତ ହୋଇ ୩୦ଟି
ଜିଲ୍ଲା ହେଲା ।
0 comments:
Post a Comment
Thank You