Pandita Nilakantha Das ନୀଳକଣ୍ଠ ଦାସ

 

                          ନୀଳକଣ୍ଠ ଦାସ

ନୀଳକଣ୍ଠ ଦାସ  ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧିନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।



ଶିକ୍ଷା ଓ ଜୀବନ

ପଣ୍ଡିତ ନୀଳକଣ୍ଠ ଦାସ ଜଣେ ମେଧାବୀ ଛାତ୍ର ଥିଲେ । ଭର୍ଣ୍ଣାକୁଲାର ପରୀକ୍ଷାଠାରୁ ଆରମ୍ଭ କରି ରେଭେନ୍ସା କଲେଜର ବି.ଏ. ପରୀକ୍ଷା ପର୍ଯ୍ୟନ୍ତ ସେ ଓଡ଼ିଶାରେ ପ୍ରଥମ ହୋଇଆସିଥିଲେ । ଦର୍ଶନ ଶାସ୍ତ୍ର ଓ ରସାୟନ ବିଜ୍ଞାନ ବିଷୟକୁ ନେଇ ବି.ଏ.ପରୀକ୍ଷାରେ ଉତ୍ତିର୍ଣ ହୋଇଥିଲେ । ପରେ ମାସିକ ବୃତ୍ତି ପାଇ ନୀଳକଣ୍ଠ ଦର୍ଶନ ଶାସ୍ତ୍ର କଲିକତା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ ।

ସେତେବେଳେ ତାହାର ମାନ ଖୁବ ଅଧିକ ଥିବାରୁ ତାଙ୍କୁ ଫିରିଙ୍ଗି ସରକାରଙ୍କ ଅଧିନରେ ଅନେକ ଉଚ୍ଚ ବେତନଯୁକ୍ତ ଚାକିରି ମିଳିଥିଲା,କିନ୍ତୁ ପଣ୍ଡିତ ଗୋପବନ୍ଧୁ ,ଆଚାର୍ଯ୍ୟ ହରିହର ଓ ପଣ୍ଡିତ ନୀଳକଣ୍ଠ ଭାର୍ଗବୀ ନଈରେ ବଢିପାଣିରେ ହଇଜାରେ ମରି ଭାସି ଯାଉଥିବା ଶବଗୁଡିକୁ ଦେଖି ଶପଥ ନେଇଥିଲେ ,' ସରକାରୀ ଚାକିରି କରିବା ନାହିଁ, ଏଇଲେ ଦେଶକୁ ଯେମିତି ଦେଖୁଛେ ମଲା ବେଳକୁ ଆହୁରି ଭଲ ଦେଖି ମରିବା ।'

 ଅନଗ୍ରସର , ମୂକ ଓଡ଼ିଆ ଜାତିର ପାଟିରେ ଭାଷା ଦେବା ପାଇଁ ସତ୍ୟବାଦୀ ବନବିଦ୍ୟାଳୟ ୧୯୦୯ ପ୍ରତିଷ୍ଠା ହେଲା ଓ ମାସିକ ୩୦ଟଙ୍କା ବେତନରେ ସତ୍ୟବାଦୀ ବନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବରେ କାମ ଆରମ୍ଭ କରିଥିଲେ ।

ରଚନାବଳୀ

ପଣ୍ଡିତ ନୀଳକଣ୍ଠ କବିତା, ପ୍ରବନ୍ଧ ଓ ଶିଶୁ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ନିଜର ଅବଦାନ ଛାଡିଯାଇଛନ୍ତି । ଶିଶୁ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅବଦାନ ଦୃଷ୍ଟିରୁ ବିଶିଷ୍ଟ ସାହିତ୍ୟିକ ସୁରେନ୍ଦ୍ର ମହାନ୍ତି ତାଙ୍କୁ ଶିଶୁ ସାହିତ୍ୟର ଆଦ୍ୟସ୍ରଷ୍ଟା ବୋଲି କହିଛନ୍ତି । ଭାଷାବିତମାନଙ୍କ ମତରେ ଦାସ ପ୍ରଥମ ଓଡ଼ିଆ ଭାଷାବିଜ୍ଞାନୀ ।

Rachit କବିତା

କୋଣାର୍କେ
ଖାରବେଳ
ମାୟାଦେବୀ
 

Rachita ପ୍ରବନ୍ଧ

ଆର୍ଯ୍ୟ ଜୀବନ

ଓଡ଼ିଆ ସାହିତ୍ୟର କ୍ରମ ପରିଣ।ମ

ଶ୍ରୀମଦ ଭଗବତଗୀତାର ଭୂମିକା

ଓଡ଼ିଆ ଭାଷା ଓ ସାହିତ୍ୟ

ସଂସ୍କୃତି ଓ ସଂସ୍କୃତି

ଲାବଣ୍ୟବତୀର ଟୀକା

ଶିଶୁ ସାହିତ୍ୟ

ପିଲାଂକ ରାମାୟଣ

ପିଲାଂକ ମହାଭାରତ

ପିଲାଙ୍କ ଭାଗବତ

ଅନୁବାଦ

"ଲର୍ଡ଼ ଟେନିସନ"ଙ୍କ କବିତାକୁ ଓଡ଼ିଆରେ ଦାସ ନାୟକ ଓ ପ୍ରଣୟିନୀ ନାମରେ ଅନୁବାଦ କରିଛନ୍ତି ।

 

ସାମ୍ବାଦିକତା
ସମାଜର ସମ୍ପାଦକ

"ନବଭାରତ"ର ସମ୍ପାଦକ

ସାପ୍ତାହିକ "ଲୋକମତ"ର ପ୍ରତିଷ୍ଠାତା

ଉତ୍କଳ ସାହିତ୍ୟ ସମାଜର ଆଜୀବନ ସଭ୍ୟ

ସେ ଗୀତାର ଓଡ଼ିଆରେ ଟୀକା ଲେଖିଥିଲେ । ଏହାଛଡ଼ା ଓଡ଼ିଆ ଭାଷା ଓ ଲିପିର ସୁଧାରରେ ସେ ଅନେକ ପଦକ୍ଷେପ ନେଇଥିଲେ । ବିଜ୍ଞାନ ସମ୍ମତ ବିଶୁଦ୍ଧ ଓଡ଼ିଆ ବ୍ୟାକରଣ ପୁସ୍ତକର ରଚୟିତା ।

 

ଓଡ଼ିଶା ପ୍ରଦେଶ ଓ ଭାଷା ଆନ୍ଦୋଳନ

ଓଡ଼ିଆ ଭାଷାକୁ ବାକି ପଡ଼ୋଶୀ ଭାଷାଭାଷୀମାନଙ୍କ ଆକ୍ରମଣରୁ ଅଲଗା କରି ସ୍ୱତନ୍ତ୍ର ଭାଷାର ମର୍ଯ୍ୟାଦା ଦେବାରେ ସେ ମୁଖ୍ୟ ଭୂମିକା ନିଭାଇଥିଲେ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ବ୍ୟାସକବି ଫକିର ମୋହନ ସେନାପତି, ସ୍ୱଭାବ କବି ଗଙ୍ଗାଧର ମେହେର, କବିବର ରାଧାନାଥ ରାୟ ଓ ଏମିତି ଅନେକ କର୍ମୀମାନଙ୍କ ସହ ସେ ଓଡ଼ିଶା ପ୍ରଦେଶ ଗଠନ ପାଇଁ ଆନ୍ଦୋଳନରେ ଯୋଗ ଦେଇଥିଲେ ଯାହାର ଫଳ ସ୍ୱରୂପ ୧ ଅପ୍ରେଲ ୧୯୩୬ରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠିତ ହେଲା ।

ସମାଜ ସଂସ୍କାର ଓ ଭାରତର ସ୍ୱାଧିନତାରେ ଭୂମିକା

ନୀଳକଣ୍ଠ ଭାରତର ସ୍ୱାଧୀନତା ଆନ୍ଦୋଳନରେ ଜଣେ ସକ୍ରିୟ କର୍ମୀ ଭାବରେ ଅଂଶ ଗ୍ରହଣ କରି ୩ ଥର ( ୨ ବର୍ଷ ୨ ମାସ ) ହଜାରୀ ବାଗ ଜେଲରେ କାରାବରଣ କରିଥିଲେ । "କେନ୍ଦ୍ର ବିଧାନ ସଭା" ଓ ଓଡ଼ିଶା ବିଧାନ ସଭାରେ ତାଙ୍କର ଓଜସ୍ୱିନୀ ଭାଷଣ ଅନେକଙ୍କୁ ଦେଶସେବା ଆଡ଼କୁ ମୁହାଁଇଥିଲା ।

 ସେ ଏକାଧାରରେ ଜଣେ ଦେଶ ସେବକ, ସୁବକ୍ତା, ସୁଲେଖକ, ବାଗ୍ମୀ ଓ ଭାଷାବିତ(ଦ) ଥିଲେ । ଜଣେ ସକ୍ରିୟ ସ୍ୱାଧୀନତା ସଂଗ୍ରାମୀ ଭାବରେ ସେ ଛୁଆଁ ଅଛୁଆଁ ଭେଦଭାବ ଓ ନାନାଦି ସାମାଜିକ କୁସଂସ୍କାର ବିରୋଧରେ ସ୍ୱର ଉଠାଇଥିଲେ । ପଣ୍ଡିତ ନୀଳକଣ୍ଠ ଜାତିଭେଦ ମାନୁନଥିଲେ ଓ ନିଜ ଛାତ୍ରମାନଙ୍କୁ ମଧ୍ୟ ସେହି ଶିକ୍ଷା ଦେଉଥିଲେ ।

ସେତେବେଳେ ବ୍ରାହଣ ସମାଜରେ, ଦାଢୀ କାଟି ନିଶ ରଖିବା ମନା ଥିଲା । ଏହାର ପ୍ରତିବାଦ କରି, ସେ ଦାଢୀ କାଟି ନିଶ ରଖିଥିଲେ । ଏଥିପାଇଁ ତାଙ୍କୁ ଶାସନୀ ବ୍ରାହ୍ମଣ ସମାଜର ଘୋର ବିରୋଧର ସମ୍ମୁଖିନ ହୋଇଥିଲେ ଓ ତାଙ୍କୁ ଦାଢୀ rakhibaku ପଡିଥିଲା । ଏହି ପ୍ରଥାକୁ ବିଦ୍ରୁପ କରି, ସେ ମୋ ନିଶ ନାମରେ ପ୍ରବନ୍ଧ ଲେଖିଥିଲେ ।

ସମ୍ମାନ

ପଦ୍ମ ଭୂଷଣ, ୧୯୬୦

ସାହିତ୍ୟ ଏକାଡେମୀ ପୁରସ୍କାର - ୧୯୬୩ (ତାଙ୍କର ବହି ଆତ୍ମଜୀବନୀ ନିମନ୍ତେ)

ଡି. ଲିଟ (ଉତ୍କଳ ବିଶ୍ୱବିଦ୍ୟାଳୟ)

ଉତ୍କଳ ଗୁରୁ ଉପାଧି -୧୯୫୧

Jaya Jagnnath , Bande Utkala

 

SHARE

Milan Tomic

Hi. I’m Designer of Blog Magic. I’m CEO/Founder of ThemeXpose. I’m Creative Art Director, Web Designer, UI/UX Designer, Interaction Designer, Industrial Designer, Web Developer, Business Enthusiast, StartUp Enthusiast, Speaker, Writer and Photographer. Inspired to make things looks better.

  • Image
  • Image
  • Image
  • Image
  • Image
    Blogger Comment
    Facebook Comment

0 comments:

Post a Comment

Thank You